ଟିକା ସାଜିବ କବଚ, ଓମିକ୍ରନରୁ ଦେବ ସୁରକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ଓମିକ୍ରନରୁ ସୁରକ୍ଷା ଦେବ ଟୀକା । ସମସ୍ତେ ଯଥାଶୀଘ୍ର ଟୀକା ନେବାକୁ ଅନୁରୋଧ କଲା ସ୍ବାସ୍ଥ୍ୟ ବିଭାଗ । ୧୦୦ ପ୍ରତିଶତ ନହେଲେ ବି କ୍ରସ ପ୍ରୋଟେକ୍ସନ ଦେବ ଟୀକା ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ,  ଟୀକା ନେଲେ ଗୁରୁତର ହେବା, ହସ୍ପିଟାଲାଇଜ ହେବା ଏବଂ ମୃତ୍ୟୁମୁଖରେ ପଡ଼ିବାର ଆଶଙ୍କା କମ୍‌ ରହିଛି । ଲୋକଙ୍କୁ ଟୀକା ନେବା ପାଇଁ ପ୍ରୋତ୍ସାହିତ କରିବାକୁ ଜନପ୍ରତିନିଧି ଓ  ଗାଁରେ ଥିବା ସାମାଜିକ କର୍ମୀ ଅନୁରୋଧ କରୁଛି ସ୍ବାସ୍ଥ୍ୟ ବିଭାଗ । ଅନ୍ୟ ରାଜ୍ୟରେ ଓମିକ୍ରନ ଚିହ୍ନଟ ହେବା ସହ ସଂକ୍ରମଣ ବଢୁଛି । ତେଣୁ ଯଥାଶୀଘ୍ର ଟୀକା ନେବାକୁ ପଡ଼ିବ । ସମସ୍ତ ଜିଲ୍ଲାରେ ଟାସ୍କ ଫୋର୍ସ ଅଛି । ସେମାନେ ଅନୁଧ୍ୟାନ କରୁଛନ୍ତି କେଉଁ ବ୍ଲକରେ ଲୋକ ଟୀକା ନେଇନାହାନ୍ତି । ସିଡିଏମଓ ମାନଙ୍କୁ ମଧ୍ୟ ଗାଁ ଗୁଡ଼ିକରେ ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ଗାଁରେ କିଛି ଲୋକ ଟିକା ନେଇନାହାନ୍ତି । ତାହେଲେ ସେମାନେ ସଂକ୍ରମିତ ହେବେ ଏବଂ ଅନ୍ୟ ମାନଙ୍କୁ ମଧ୍ୟ ସଂକ୍ରମିତ କରିବେ । ସେହିପରି ଏବେ ଯାଏଁ ୪ କୋଟି ୬୨ ଲକ୍ଷ ଭ୍ୟାକ୍‌ସିନ୍‌ ଡୋଜ୍ ଦିଆସରିଲାଣି । ୮୭.୪ ପ୍ରତିଶତ ପ୍ରଥମ ଡୋଜ୍ ସରିଛି । ଆଉ  ପ୍ରାୟ ୪୦ ଲକ୍ଷ ଲୋକ ଟିକା ନେଇନାହାନ୍ତି ।  ଖୁବଶୀଘ୍ର ସେମାନଙ୍କୁ ଟିକା ଦିଆଯିବାକୁ ସ୍ୱାସ୍ଥ୍ୟ ବିଭାଗ ଟାର୍ଗେଟ ରଖିଛି ।

Leave a Reply

Your email address will not be published. Required fields are marked *