୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୨୮ଜଣ ରହିଛନ୍ତି ।