ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୦ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୨୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୫୦୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *