ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଭେଦ ନୀତି ଗ୍ରହଣ କରିପାରନ୍ତି । ଚତୁର ଓ ଧନଯୁକ୍ତ ହେବେ । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ

ଆଗକୁ ସରକାରୀ ସ୍ତରରେ ବିଶେଷ ଲାଭବାନ୍ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସରକାରୀ ସ୍ତରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ମିଥୁନ

କର୍ମକ୍ଷେତ୍ରରେ ବନ୍ଧୁଙ୍କର ସହ ଯୋଗ ପାଇବେ । ଶାନ୍ତ, ନିପୁଣ ଓ ମେଧାବୀ ହେବେ । ବିଦ୍ୱାନ୍‌, ଜିତେନ୍ଦ୍ରିୟ ଓ ଦୟାଳୁ ସ୍ୱଭାବର ହୋଇପାରନ୍ତି, ମାତ୍ର ଧନହୀନ ହେବା ଆଶା କରାଯାଏ । କାର୍ଯ୍ୟ ପ୍ରତି ଅନାଗ୍ରହୀ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ସମ୍ମାନ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍ମଜୀବି- ଶୁଭ ସମୟ ଉପସ୍ଥିତ ।

ର୍କକଟ

ନିଜର ମେଳାପୀ ସ୍ୱାଭାବ ଯୋଗୁ ଆଜି ଆପଣ ସମସ୍ତଙ୍କର ପ୍ରିୟ ରହିବେ । ଦିନଟି ଆପଣଙ୍କ ସହ ଖୁବ୍ ଶୁଭଙ୍କର । ସାତ୍ତ୍ୱିକ ଭୋଜନ ମିଳିବ । ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ସିଂହ

ଆପଣ ବେଶ୍ ପ୍ରଶଂସିତ ହେବେ । ଗୁରୁଜନ ଓ ସାଧୁ ସନ୍ଥଙ୍କ ସେବା କରିବାର ସୁଯୋଗ ପାଇପାରନ୍ତି । ବିପଦ ଦୁର ହେବ, ମାତ୍ର କାର୍ଯ୍ୟରେ ସଫଳତା ମିଳିବା କଷ୍ଟସାଧ୍ୟ ହେବ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

କନ୍ୟା

ବ୍ୟବସାୟରେ ଲାଭ ହେବାର ଯୋଗ ଦେଖା ଯାଉଛି । ସ୍ୱାଧୀନ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ସକ୍ଷମ ହେବେ । ସର୍ବଦା ସମୃଦ୍ଧ ରହିବେ । ନିଧିପ୍ରାପ୍ତ ହୋଇପାରନ୍ତି । ସୁହୃଦଙ୍କ ସମର୍ଥନ ପାଇ ପ୍ରଫୁଲ୍ଲିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା

ଆଜି ଆପଣଙ୍କ ଦିନଟି ଶୁଭପ୍ରଦ । ବ୍ୟବସାୟରେ କ୍ଷତି ଦେଖା ଦେବ । ସୁଖ-ସମ୍ମାନ ଲାଭ କରିବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବିଛା

ଛାତ୍ରଛାତ୍ରୀମାନେ ସଫଳତା ପ୍ରାପ୍ତି କରିବେ । ମହିଳାମାନେ ଧର୍ମ ପରାୟଣା ହେବେ । ସନ୍‌-ମାର୍ଗୀ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ

ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଦିନଟି ସୌଭାଗ୍ୟପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୁର ହେବ । ଶତ୍ରୁଘାତୀ ହୋଇପାରନ୍ତି । ସତ୍ୟବାଦୀ ହେବେ । ସୁଗୁଣ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର

ମାନସିକ ଚିନ୍ତା ଦୁର ହେବ । ପତିପତ୍ନିଙ୍କ ମଧ୍ୟରେ ସହ ଯୋଗ ବୃଦ୍ଧି ପାଇବେ । ମହିଳାମାନେ ଚିନ୍ତାଶିଳ ହେବେ । ସୁଖକର ଘଟଣାମାନ ଘଟିବ । କର୍ମରେ ସଫଳତା ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କୁମ୍ଭ

ମାନସିକ ଅସ୍ଥିରତା ଓ ପାରିବାରିକ ସମସ୍ୟା ଦୁର ହେବ । ଆପଣଙ୍କ ଇଚ୍ଛା ଓ ବରାଦରେ କାର୍ଯ୍ୟ ହେବ । ଭ୍ରମଣ ଯୋଗ ଅଛି । ଅଜାତ ଶତ୍ରୁ ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ

ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ସମ୍ମାନୀତ ହେବେ । କାର୍ଯ୍ୟରେ ଆଗ୍ରହୀ ହେବେ । ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆଶ୍ୱସ୍ତ ହେବେ । ବିତ୍ତବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବି- ଶୁଭ ସମୟ ଉପସ୍ଥିତ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- କୃଷି କର୍ମକାରୀ ହେବେ ।

Leave a Reply

Your email address will not be published. Required fields are marked *