ଦେଶରେ ଆଉ ୯୭୫ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୭୬%

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦିନେ ବୃଦ୍ଧି ଓ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୯୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୪୦,୯୪୭କୁ ବୃଦ୍ଧି ପାଇଛି। ସେହିପରି ଆଉ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୦୭,୮୩୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ୫,୨୧,୭୪୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ହାର ୧.୨୧%। ୧୧,୩୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%।
ଦିନକରେ ୩,୦୦,୯୧୮ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୧୪,୭୮,୨୮୮ ନମୁନା ପରୀକ୍ଷା କରାଯାଇଛି। ୨୪ ଘଣ୍ଟାରେ ୬,୮୯,୭୨୪ ଟିକା ନେଇଥିବା ବେଳେ ମୋଟ ୧,୮୬,୩୮,୩୧,୭୨୩ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୩,୨୬,୨୭୬ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *