ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ନିକଟ ସମ୍ପର୍କୀୟଙ୍କୁ ଭୁଲ ପରାମର୍ଶ ଦେଇ ସମାଲୋଚିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ । ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍-ବୁଦ୍ଧ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ଆଜି ହିଁ ଶେହ କରିବାକୁ ଭାବୁଥିବା କାମଟି ପୁର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ । ପ୍ରତ୍ୟେକ କଥାକୁ ସରଳ ଭାବରେ ଗ୍ରହଣ କରି ଜଟିଳତା ଭିତରକୁ ଟଣା ହୋଇପାରନ୍ତି । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନର ମାର୍ଗ ସୁଗମ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ଅଫିସ୍ ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ରାଜନୀତିରେ ଦୃଢ ପୃଷ୍ଟପୋଷକତା ଯୋଗୁ ଆଗେଇ ଯାଇପାରନ୍ତି । ପାରିବାରିକ ସ୍ଥିତି ମଧ୍ୟ ଆଜି ବିଶେଷ ଭଲ ରହି ନ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଆପଣଙ୍କ ବିଚାରଧାରା ଅଙ୍କାବଙ୍କା ରାସ୍ତା ଦେଇ ଗତି କରିପାରେ । ତଥାପି ସମସ୍ୟା ମଧ୍ୟରେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପ୍ରଦାନ କରିପାରେ । ଆତ୍ମୀୟ ସ୍ୱଜନଙ୍କ ସହାୟତାରେ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ ହେବାର ଆଶା ରଖିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ସିଂହ
ଆର୍ଥିକ ଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ । ରଜନୈତିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ସରକାରୀ ସ୍ତରରେ ରହିଥିବା ସମସ୍ୟାର ସମାଧାନ କରିବା ଦିଗରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
ଆତ୍ମୀୟସ୍ୱଜନଙ୍କୁ ମନାଇବା ପାଇଁ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିପାରନ୍ତି । ଆଇନ ଓ ଗଣତନ୍ତ୍ରର ଗ୍ରହ ପାଇଁ ଅଦାଲତରୁ ସୁଫଳ ପାଇବାରେ ଅସୁବିଧା ହେବ ନାହିଁ । କିନ୍ତୁ ଜମିଜମା କ୍ଷେତ୍ର ପାଇଁ ପ୍ରତିକୂଳତା ସୃଷ୍ଟିର ସମ୍ଭାବନା ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା
ଭାରାକ୍ରାନ୍ତ ମନ ନେଇ କାମ କରିବେ କିନ୍ତୁ ବିଫଳତା ବଦଳରେ ସଫଳତାରୁ ବିସ୍ମୟାନ୍ୱିତ ହେବେ । ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବା କାରଣରୁ ନୀରବତାକୁ ପ୍ରାଥମିକତା ଦେଇପାରନ୍ତି । ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ମାନସିକ ଅସ୍ଥିରତା ଦୁର କରିବାରେ ସହାୟକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବିଛା
ଆକସ୍ମିକ ଭାବେ କୌଣସି ବିବାଦୀୟ ପରିସ୍ଥିତିକୁ ସହସା ମୁକ୍ତି ମିଳିବାରୁ ଆଶ୍ଚର୍ଯ୍ୟାନ୍ୱିତ ହୋଇପାରନ୍ତି । ଅଭାବକୁ ପୁରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବା ପାଇଁ ଆଲୋଚନା କରିପାରନ୍ତି । ରାଜନୈତିକ, ସାହିତ୍ୟିକ ଓ କଳାକାରମାନଙ୍କ ସକାଶେ ଦିନଟି ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ
ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ । ଆଳସ୍ୟ ଓ ଅବହେଳାରୁ କେତେକ କ୍ଷେତ୍ରରେ ଅନୁତାପ କରିବେ । ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ନେଇ କଳହ ଲାଗିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ସାମୟିକ ଶାରୀରିକ ଅସୁସ୍ଥତା ହେତୁ ପ୍ରତ୍ୟେକ କାମରେ ପଛୁଆ ରହିବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇପାରନ୍ତି । ପୂର୍ବରୁ ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାର ସାମର୍ଥ୍ୟ ଅର୍ଜନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ଅର୍ଥିକ ଅନଟନକୁ ଦୂରେଇବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ
ଆଜି ଭ୍ରାତୃ ସମ୍ପର୍କ ନିମ୍ନାଭିମୁଖୀ ହେବାର ଆଶଙ୍କା ରହିଛି । ମନର ଭାବକୁ ଗୋପନ ରଖି ବନ୍ଧୁଙ୍କ ସହ ଭାବ ବିନିମୟ କରିବାକୁ ମନସ୍ଥ କରିପାରନ୍ତି । କିନ୍ତୁ ପ୍ରତ୍ୟେକ ସ୍ତରରେ ସହ-ଯୋଗ ଭିତ୍ତିରେ କାମ ହକେ ଉପକାର ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।