ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଇଏଫଏସ ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଭୟକାନ୍ତ ଅତ୍ୟଧିକ ଦୁର୍ନୀତିରେ ଲିପ୍ତ ଥିବା ଜଣେ ଅଫିସର । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶକୁ ଭିଜିଲାନ୍ସ ଗିରଫ କରିଛି । ୨୦ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ଜଣେ ସରକାରୀ ଅଧିକାରୀଙ୍କ ବିରୋଧରେ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ସୁପାରିସ କରିବା ରାଜ୍ୟର ପ୍ରଥମ ଘଟଣା ।