ବିଳମ୍ବିତ ରାତିରେ ରାଉରକେଲା ଷ୍ଟିଲ୍‌ ପ୍ଳାଣ୍ଟରେ ଅଗ୍ନିକାଣ୍ଡ

ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ । ରାତି ପ୍ରାୟ ୩ଟାରେ ଏସ ଏମ ଏସ-୨ର କଣ୍ଟ୍ରୋଲ ରୁମ୍ ରୁମରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି ।

ସୂଚନାନୁସାରେ, ସୋମବାର ବିଳମ୍ବିତ ରାତ୍ରରେ ଷ୍ଟିଲ ପ୍ଲାଣ୍ଟର କଣ୍ଟ୍ରୋଲ ରୁମରେ ହଠାତ ନିଆଁ ଲାଗିଯାଇଥିଲା । ଏନେଇ ତୁରନ୍ତ ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା ।  ଘଟଣାସ୍ଥଳରେ ଷ୍ଟିଲ୍ ପ୍ଲାଣ୍ଟ କର୍ମଚାରୀ ମଧ୍ୟ ପହଁଚିଥିଲେ । ତେବେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ କରିବାରେ ସଫଳ ହୋଇଥିଲା ।

ନିଆଁ ଲାଗିବାର କାରଣ ଏବେବି  ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ପାଇଁ ୪ ଜଣିଆ ସିଜିଏମ ସ୍ତରୀୟ କମିଟି ଗଠନ କରାଯାଇଛି । ଏନେଇ  ଷ୍ଟିଲ ପ୍ଲାଣ୍ଟ ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *