ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ, ଆଜି ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ବର, (ଓଡିଶା  ଟାଇମ୍): ଆସନ୍ତା ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ତେବେ ପୂର୍ବାହ୍ନ ସାଢେ ୧୧ଟାରେ ବିଧାନସଭାର ୫୯ ନମ୍ବର ପ୍ରକୋଷ୍ଠରେ ବୈଠକ ଅନୁଷ୍ଠିତ ହେବ । ସାଧାରଣତଃ ବିଧାନସଭା ଆରମ୍ଭ ହେବାର ୨ ଦିନ ପୂର୍ବରୁ ବସିଥାଏ ସର୍ବଦଳୀୟ ବୈଠକ । କିନ୍ତୁ ପୌର ନିର୍ବାଚନରେ ବିଧାୟକମାନେ ବ୍ୟସ୍ତ ରହୁଥିବାରୁ ବିଧାନସଭା ଅଧିବେଶନର ୧୦ ଦିନ ପୂର୍ବରୁ ଡକାଯାଇଛି ବୈଠକ ।

ଅଧିବେଶନ କାଳରେ ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ ଆଦି ରହିବ । ପ୍ରଥମ ଦିନ ଗୃହକୁ ସମ୍ବୋଧନ କରିବେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା ହେବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ କାମଚଳା ବଜେଟ ଆଗତ କରିବେ । ୩୧ ତାରିଖରେ ବଜେଟ ପାରିତ ପାଇଁ ଆସିବ ବ୍ୟୟ ମଂଜୁରୀ ବିଲ୍ ।

Leave a Reply

Your email address will not be published. Required fields are marked *