ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କରୋନା
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।
କହିଛନ୍ତି ଯେ, ତାଙ୍କଠାରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ଟେଷ୍ଟ କରିଥିଲେ । ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ଏହାସହ ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସମସ୍ତଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ଶାହ ଅନୁରୋଧ କରିଛନ୍ତି ।