ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ମହାମାରୀ ତାର କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ୍ୟୁ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published.