ରାଜ୍ୟରେ ସର୍ବାଧିକ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡା, ସମ୍ବଲପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।