ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ବରରୁ ଆଜି ଆଉ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬୯ରେ ପହଞ୍ଚିଛି । ଏଥିମଧ୍ୟରୁ ୨୧୬ ଜଣ ସୁସ୍ଥ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୧୪୮ଟି ଆକ୍ଟିଭ୍ କେସ୍ ରହିଛି । ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତ ହୋଇଛନ୍ତି । ସେହିପରି ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ଏୟାରପୋର୍ଟ କଲୋନୀ ଅଞ୍ଚଳରୁ ଜଣେ ପୁରୁଷ, ଖଣ୍ଡଗିରି କୋଳଥିଆ ଅଞ୍ଚଳରୁ ଜଣେ ପୁରୁଷ, ସାଲିଆସାହି ଶ୍ରୀକ୍ରିଷ୍ଣା ନଗର ଅଞ୍ଚଳରୁ ୨ ଜଣ ପୁରୁଷ, କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିବା ଦୁଇ ଜଣ ୩ ଜଣ ପୁରୁଷ, ଶୈଳଶ୍ରୀ ବିହାର ଅଞ୍ଚଳ ଜଣେ ଯୁବତୀ, ବରମୁଣ୍ଡା ହାଉସିଂବୋର୍ଡ କଲୋନୀରୁ ଜଣେ ମହିଳା, ମଞ୍ଚେଶ୍ବର ଅଞ୍ଚଳରୁ ୯ଜଣ ପୁରୁଷ, ନୟାପଲ୍ଲୀ ଅଞ୍ଚଳରୁ ଜଣେ ପୁରୁଷ ଏବଂ ରେଳ ବିଭାଗର ଜଣେ ପୁରୁଷ କର୍ମଚାରୀ ରହିଛନ୍ତି ।

Leave a Reply

Your email address will not be published.