ରାଜ୍ୟ ପାଇଁ ଭଲ ଖବର, ଆଉ ୬୦୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୬୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସମସ୍ତ ଆରୋଗ୍ୟଙ୍କ ମଧ୍ୟରୁ ୨୬୮ ଗଞ୍ଜାମରୁ, ସୁନ୍ଦରଗଡରୁ ୧୩୫, ୩୭ ଖୋର୍ଦ୍ଧାରୁ, ୩୨ କଟକରୁ, ବାଲେଶ୍ୱରରୁ ୨୫, କେନ୍ଦୁଝରରୁ ୨୩, ମୟୂରଭଞ୍ଜରୁ ୧୮, ଭଦ୍ରକରୁ ୧୨, ପୁରୀରୁ ୧୨, ସମ୍ବଲପୁରରୁ ୮, ଜଗତସିଂହପୁର ଓ ବରଗଡରୁ ୭ ଜଣ ଲେଖାଏଁ, ଯାଜପୁରରୁ ୬, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୪ ଜଣ ଲେଖାଏଁ, ବଲାଙ୍ଗିରରୁ ୩, ନବରଙ୍ଗପୁର, ରାୟଗଡାରୁ ଓ ରାୟଗଡାରୁ ୨ ଜଣ ଜଣ ଲେଖାଏଁ,ଗଜପତି ଓ ନୟାଗଡରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୨୮୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।