ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।