ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ସଂପୃକ୍ତ ବ୍ୟକ୍ତି ଜଣଙ୍କ ଫୁସଫୁସ ଟର୍ମିନାଲ କ୍ୟାନସର ସହ ମସ୍ତିଷ୍କ ମେଟାଷ୍ଟାସିସ୍ ଭଳି ଗୁରୁତର ରୋଗରେ ଆକ୍ରାନ୍ତ ଥିଲେ । ସେହି ରୋଗ କାରଣରୁ ତାଙ୍କ ମୃତ୍ୟୁ ହୋଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୫୨ ବର୍ଷ । ମୃତ ବ୍ୟକ୍ତି ଜଣଙ୍କ ଫୁସଫୁସ ଟର୍ମିନାଲ କ୍ୟାନସର ସହ ମସ୍ତିଷ୍କ ମେଟାଷ୍ଟାସିସ୍ରେ ପୀଡିତ ଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।