ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ, (ଓଡିଶା ଟାଇମ୍) :ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ଦେଶୀୟ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଆଜି ଏହା ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଅର୍ଥାତ୍ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ବନକଲାଗି ଚାଲିବ। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *