ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ । ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ , ୟୁବିଏଫ୍ ୟୁ ଏହି ଧର୍ମଘଟ ଡାକରା ଦେଇଛି। ୯ଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ ଏହାକୁ ସମର୍ଥନ କରୁଛନ୍ତି।

ତେବେ ଶନିବାରଠାରୁ ବ୍ୟାଙ୍କଗୁଡ଼ିକ ଛୁଟି ପାଇଁ ବନ୍ଦ ରହିଛି। ସୋମବାର ଓ ମଙ୍ଗଳବାର ଧର୍ମଘଟ ଶେଷ ହେବା ପରେ ବୁଧବାର ଠାରୁ ବ୍ୟାଙ୍କ ସେବା ପୁଣି ସ୍ବାଭାବିକ ହେବ। ଏହି ଅବସରରେ ବ୍ୟାଙ୍କ ଶାଖାରେ ହେଉଥିବା କାରବାର, କ୍ଲିୟରିଂ ଆଦି ଗୁରୁତର ଭାବେ ପ୍ରଭାବିତ ହେବ। ସର୍ବଭାରତୀୟ ସ୍ତରରେ ଧର୍ମଘଟରେ ପ୍ରାୟ ୧୦ ଲକ୍ଷ କର୍ମଚାରୀ ସାମିଲ ହେବେ।

ସେହିଭଳି ଓଡ଼ିଶାରେ ଧର୍ମଘଟ ଯୋଗୁ ୫୫୦୦ରୁ ଅଧିକ ବ୍ୟାଙ୍କ ଶାଖା ବନ୍ଦ ରହିବ। ଓଡ଼ିଶାରେ ୩୦ ହଜାରରୁ ଅଧିକ କର୍ମଚାରୀ ଓ ଅଧିକାରୀ ଏଥିରେ ସାମିଲ ହେବେ। ସରକାରୀ ବ୍ୟାଙ୍କ ସହିତ ଗ୍ରାମ୍ୟ ବ୍ୟାଙ୍କ ଓ ସମବାୟ ବ୍ୟାଙ୍କଗୁଡ଼ିକ ଧର୍ମଘଟରେ ସାମିଲ ହେବେ ବୋଲି କୁହାଯାଇଛି । ବ୍ୟାଙ୍କ ଶାଖା ଗୁଡ଼ିକ ସାମ୍ନାରେ ପିକେଟିଂ କରିବେ କର୍ମଚାରୀ ।

Leave a Reply

Your email address will not be published. Required fields are marked *