ଭୁବନେଶ୍ୱରରେ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଆଜି ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
୧୧୦ କରୋନା ସଂକ୍ରମିତଙ୍କ ମଧ୍ୟରୁ ଭୁବନେଶ୍ୱରରେ ୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୬ ଜଣଙ୍କ ମଧ୍ୟରୁ ହସ୍ପିଟାଲରୁ ୫ ଏବଂ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଆପୋଲୋ ହସ୍ପିଟାଲରୁ ଜଣେ, ଏମ୍ସରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ତେବେ ଏମ୍ସର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କର୍ମଚାରୀ ଏବଂ ଜଣେ ଛାତ୍ର ଥିବାବେଳେ ଆପୋଲୋ ହସ୍ପିଟାଲରେ ଜଣେ କର୍ମଚାରୀ ଚିହ୍ନଟ ହୋଇଛନ୍ତି । ତେବେ ଜଣେ ଆକ୍ରାନ୍ତ ପୋଖରୀପୁଟ ଅଞ୍ଚଳର ବୋଲି ଜଣାପଡିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।