ସୌରଭ ଗାଙ୍ଗୁଲି ଅସୁସ୍ଥ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ଏକ ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କଲକାତାର ଉଡ୍‌ଲାଣ୍ଡ୍‌ସ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

ଉକ୍ତ ଘରୋଇ ହସ୍ପିଟାଲରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ସେ ହୃଦଘାତ ସମସ୍ୟାରେ ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଛି। ଆଜି ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ। ଏଥିପାଇଁ ହସ୍ପିଟାଲ ପକ୍ଷରୁ ଡା. ସରୋଜ ମଣ୍ଡଳଙ୍କ ନେତୃତ୍ଵରେ ୩ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *