ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ବିଧାନସଭା ପରିସରରେ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ପ୍ରମୁଖ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଧାନସଭା କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମଧ୍ୟ ଏଥିରେ ଯୋଗ ଦେଇଥିଲେ।