ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ୫ରେ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଆୟୋଜନ କରାଯାଇଛି। ମାର୍ଚ୍ଚ ୫ରେ କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ସାଇକେଲ ଶୋଭାଯାତ୍ରାରେ ଆସିବେ ଦଳର କର୍ମକର୍ତ୍ତା। ବିଜୁବାବୁଙ୍କ ପୁରୁଣା ସ୍ମୃତିକୁ ଉଜ୍ଜୀବିତ କରିବାକୁ ଦଳ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ.ବ୍ୟୋମକେଶ ରାୟ ସୂଚନା ଦେଇଛନ୍ତି।

ସକାଳ ୬ଟାରୁ କଟକ ଆନନ୍ଦଭବନଠାରୁ ଏହି ଶୋଭାଯାତ୍ରା ବାହାରି ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ୮ଟାରେ ପହଞ୍ଚିବ। ବିଜେଡି ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳର ଯୁବକ ଓ ଛାତ୍ର କର୍ମକର୍ତ୍ତାଙ୍କ ଓ କିଛି ବିଧାୟକ ଏହି କାର୍ୟ୍ୟକ୍ରମରେ ସାମିଲ ହେବେ। ଶୋଭାଯାତ୍ରାରେ ହଜାର ହଜାର ଯୁବ-ଛାତ୍ରଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି।

Leave a Reply

Your email address will not be published. Required fields are marked *