ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
ଭୁବନେଶ୍ବର, (ଓଡିଶା ଟାଇମ୍): ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ବୁଧବାର ବିଜେଡି ଧାରଣା ଦେଇଛି । ଏହାର ପ୍ରତିବାଦ କରି ରାଜଭବନ ସମ୍ମୁଖରେ ବିଜେଡି ବିଧାୟକ ଓ କର୍ମୀମାନେ ଧାରଣା ଦେଇଛନ୍ତି । ଦରଦାମ୍ ବୃଦ୍ଧିରେ ନିୟନ୍ତ୍ରଣ ନାହିଁ, ଏହାସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାତର ଅନ୍ତର ନୀତି ବିରୋଧରେ ଦଳ ରାଜରାସ୍ତାକୁ ଓହ୍ଲାଇଛି ।
ବିଜେପି ସାଂସଦଙ୍କ ଅଭିଯୋଗକ୍ରମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବନ୍ଦ କରାଯାଇଛି । ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତ କରି ରିପୋର୍ଟ ମଧ୍ୟ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଚିଠି ଲେଖି କେନ୍ଦ୍ରକୁ ଜଣାଇଛନ୍ତି । ଏହାପରେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଆରମ୍ଭ କରାଯାଇନି । ଯାହାକୁ ଦୃଢ଼ ବିରୋଧ କରିଛି ବିଜେଡି ।