ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବି : କେନ୍ଦ୍ର ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଟିମ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପାଇଁ ଦାବି କଲା ବିଜେଡି । କେନ୍ଦ୍ର ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନରାମ ମେଘୱାଲଙ୍କୁ ବିଜେଡିର ସଂସଦୀୟ ଦଳ ନେତା ପିନାକୀ ମିଶ୍ରଙ୍କ ନେତୃତ୍ବରେ ବିଜେଡି ସାଂସଦମାନେ ଭେଟିଛନ୍ତି । ଓଡିଶାର ସଭ୍ୟତା, ଆତିଥ୍ୟ, ପରମ୍ପରା ଏବଂ ଅସ୍ମିତା ବହନ କରୁଛି ପାଇକ ବିଦ୍ରୋହ ।