କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଅନୁଷ୍ଠାନ ସିଲ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଏହି ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ବିଏମ୍‌ସି।

ଏହି ଶିକ୍ଷାନୁଷ୍ଠାନ ଭିତରକୁ କେହି ପ୍ରବେଶ କରିପାରିବେ ନାହିଁ। ସେହିପରି କ୍ୟାମ୍ପସ ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି। କେବଳ ବିଏମ୍‌ସି କର୍ମଚାରୀ କ୍ୟାମ୍ପସ ଭିତରକୁ ପ୍ରବେଶ କରିପାରିବେ। ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ବିଏମ୍‌ସି ଯୋଗାଇ ଦେବ।

ଏହା ସହିତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କର ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ କଟକର ଦୁଇଟି ଘରୋଇ ଶିକ୍ଷାନୁଷ୍ଠାନରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସିଏମ୍‌ସି ପକ୍ଷରୁ ସେଗୁଡ଼ିକୁ ବନ୍ଦ କରାଯାଇଛି। ଗୋଟିଏ ଶିକ୍ଷାନୁଷ୍ଠାନରୁ ୨୫ ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଉ ଗୋଟିଏ ଶିକ୍ଷାନୁଷ୍ଠାନର ୧୭ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ।

Leave a Reply

Your email address will not be published. Required fields are marked *