ପୋଲ ତଳକୁ ଖସିଲା ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅନ୍ତର୍ଗତ ମଙ୍ଗଳପୁର-ନୂଆଗାଁ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବାସୀଙ୍କୁ ନେଇ ଯାଉଥିବା ଏହି ବସ୍ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ ଯେ, ଜାତୀୟ ରାଜପଥ ୧୬ ମଙ୍ଗଳପୁର ନୂଆଗାଁ ନିକଟରେ ପୋଲରୁ ତଳକୁ ଖସି ପଡିଛି ପ୍ରବାସୀଙ୍କ ବସ୍ । ବସ୍ ଟି କେରଳରୁ ୩୦ଜଣ ପ୍ରବାସୀ ଶ୍ରମିକଙ୍କୁ ନେଇ କଲିକତା ଅଭିମୁଖେ ଯାଉଥିଲା ବେଳେ ଏହି ଦୁର୍ଘଟଣା ଘଟିଛି । ବସ୍ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ବସ୍ଟି ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲା । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଜେସିବି ମେସିନ୍ ସାହାଯ୍ୟରେ ବସ୍ଟିକୁ ଉଦ୍ଧାର କରାଯାଇଛି । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।