ଉତ୍ତରପୂର୍ବରେ ଉତ୍ତେଜନା: ଜାଣି ରଖନ୍ତୁ ଆଜି କେଉଁ ଟ୍ରେନ୍‌ ହୋଇଛି ବାତିଲ

ଭୁବନେଶ୍ଵର, (ଓଟି): ପଶ୍ଚିମ ବଙ୍ଗରେ ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗ୍ପୁର ଓ ହାଓଡ଼ା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମୋୖରୀଗ୍ରାମ, ବଙ୍କ୍ରା ନୟାଵାଜ ଓ ନଳପୁର ଷ୍ଟେସନ ମାନଙ୍କଠାରେ ଲୋକମାନଙ୍କ ଦ୍ୱାରା ବିକ୍ଷୋଭ ଯୋଗୁଁ ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ନିମ୍ନ ଅନୁଯାୟୀ ପ୍ରଭାବିତ ହୋଇଛି ବୋଲି ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି।

ଆଜି ହାଓଡ଼ାରୁ ବାତିଲ ହୋଇଥିବା ଟ୍ରେନ –

01. ୨୦୮୮୯ ହାଓଡ଼ା-ତିରୁପତି ହମସଫର ଏକ୍ସପ୍ରେସ

02. ୨୨୮୭୭ ହାଓଡ଼ା-ଏର୍ଣ୍ଣାକୁଲମ ଅନ୍ତଦ୍ୱୟ ଏକ୍ସପ୍ରେସ

03. ୧୨୮୪୧ ହାଓଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ

04. ୧୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ

05. ୧୮୬୪୫ ହାଓଡ଼ା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ

06. ୧୨୮୪୭ ହାଓଡ଼ା-ପୁନେ ଦୁରନ୍ତ ଏକ୍ସପ୍ରେସ

07. ୧୨୮୬୦ ହାଓଡ଼ା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

ସଂଲଗ୍ନ ଟ୍ରେନ ବାତିଲ ଯୋଗୁଁ ପୁରୀରୁ ବାତିଲ ହେଉଥିବା ଟ୍ରେନ –

01. 22890 ପୁରୀ-ଦିଘା ଏକ୍ସପ୍ରେସ ଆଜି ପୁରୀ ଠାରୁ

02. 58002 ପୁରୀ-ସଂତ୍ରାଗାଛି ପାସେଞ୍ଜର ଆସନ୍ତା କଲି ପୁରୀରୁ

03. 58404 ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ଆସନ୍ତା କଲି ପୁରୀରୁ

ଆଂଶିକ ବାତିଲ ହେଉଥିବା ଟ୍ରେନ –

01. ଆଜି ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗ୍ପୁର ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

02. ଆଜି ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ମେଛେଦI ଠାରୁ ଫେରିବ ଓ ମେଛେଦI ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ :

01. ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ ପାନ୍ସକୁରା ଠାରେ

02. ଯଶୋବନ୍ତପୁର-ହାଓଡ଼ା ଦୁରନ୍ତ ଏକ୍ସପ୍ରେସ ଭଦ୍ରକ ଠାରେ

03. ସିକନ୍ଦରାବାଦ-ହାଓଡ଼ା ଫଲକନାମା ଏକ୍ସପ୍ରେସ ଯାଜପୁର କେନ୍ଦୁଝର ରୋଡ଼ ଠାରେ

04. ପୁରୀ-ହାଓଡ଼ା ଧଉଳି ଏକ୍ସପ୍ରେସ କଟକ ଠାରେ

Leave a Reply

Your email address will not be published. Required fields are marked *