ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୫ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବସିବ ।

ବୈଠକ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନଥିବା ବେଳେ ପ୍ରାୟ ୧୮ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଖବର ମିଳିଛି । ବର୍ତ୍ତମାନ କରୋନା ସଙ୍କଟ ଚାଲିଥିବା ବେଳେ ଏହାର ମୁକାବିଲା ନେଇ ସ୍ୱାସ୍ଥ୍ୟ ବିଭାଗ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇପାରେ କ୍ୟାବିନେଟ । ଏପରିକି ସ୍ୱାସ୍ଥ୍ୟ ସେବାକୁ ନେଇ ଏକ ଅଧ୍ୟାଦେଶ ଅଣାଯିବ ବୋଲି ଜଣାପଡ଼ିଛି ।ଏହାବାଦ୍‌ ୪ଟି ମେଗା ପାନୀୟ ଜଳ ପ୍ରକଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ଦେଇପାରେ କ୍ୟାବିନେଟ । ପର୍ଯ୍ୟଟନ ଓ ଶ୍ରମ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଖବର ମିଳିଛି । ଜୀବନ ଜୀବିକାକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କ୍ୟାବିନେଟ ବୈଠକରେ ଯୋଗ ଦେବେ । ତେବେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଅଧାରୁ ଅଧିକ ମନ୍ତ୍ରୀ ନିଜ ନିର୍ବାଚନମଣ୍ଡଳୀରେ ଅଛନ୍ତି । ସେମାନେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଅଂଶଗ୍ରହଣ କରିବେ ।

Leave a Reply

Your email address will not be published. Required fields are marked *