ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ବସିବ ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ୍ ରେ ଅନୁଷ୍ଠିତ ହେବ ବୈଠକ । ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି ।

ତେବେ ଆଜିର ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ। ପଞ୍ଚାୟତିରାଜ, ଅର୍ଥ, ରାଜସ୍ବ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି। ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଏବଂ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ ଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ସାମିଲ ହେବେ।

Leave a Reply

Your email address will not be published. Required fields are marked *