କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍):ଓଡ଼ିଶାର ଜଣାଶୁଣା କାର୍ଟୁନିଷ୍ଟ କିଶୋର ରଥଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତ ତାଙ୍କର ପରଲୋକ ହୋଇଛି। ତାଙ୍କ ପୁଅ ଦେବଦଳନ ରଥ ଏହି ସୂଚନା ଦେଇଛନ୍ତି।  ଦୈନିକ ଖବର କାଗଜ ‘ସମ୍ବାଦ’ରେ ‘କଟାକ୍ଷ’ ଓ ‘ସ୍ପୋର୍ଟାକ୍ଷ’ କାର୍ଟୁନ ଲାଗି କିଶୋର ରଥ ଘରେ ଘରେ ପରିଚିତ ଥିଲେ।

ସୂଚନା ଅନୁଯାୟୀ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲ୍ ନିଆଯାଇଥିଲା। ଇସିଜି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published.