ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜୀତ ସିଂ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପଞ୍ଜାବକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ ।ଏବେ ଚାଲିବ ନୂଆ ସିଏମଙ୍କ ରାଜୁତି । ନୁଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚରଣଜୀତ ସିଂହ ଚନ୍ନି । କ୍ୟାପଟେନ୍ ଅମରିନ୍ଦର ସିଂହଙ୍କ ଇସ୍ତଫା ପରେ କଂଗ୍ରେସ ରବିବାର ନୂଆ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲା । ଚରଣଜୀତ ସିଂହ ଚନ୍ନୀ ଦିନ ୧୧ଟା ୧୫ରେ ପଦ ଓ ଗୋପନୀୟତାର ସହ ଶପଥ ଗ୍ରହଣ କରିଛନ୍ତି ।
ଚରଣଜୀତଙ୍କ ସହ ୨ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ସମସ୍ତଙ୍କୁ ଶପଥପାଠ କରାଇଥିଲେ ।ଶପଥଗ୍ରହଣ ପୂର୍ବରୁ ଚରଣଜୀତ ଏକ ଗୁରୁଦ୍ୱାରରେ ପୂଜାର୍ଚ୍ଚନା କରିଥିଲେ । ପୂର୍ବରୁ ଚରଣଜୀତ ଅମରିନ୍ଦର ସିଂହଙ୍କ ସରକାରରେ ସେ ପ୍ରଯୁକ୍ତିବଦ୍ୟା ଶିକ୍ଷା ଓ ଶିଳ୍ପ ତାଲିମ ମନ୍ତ୍ରୀ ଥିଲେ । ରବିବାର କଂଗ୍ରେସର ପଂଜାବ ପ୍ରଭାରୀ ହରୀଶ ରାୱତ ସ୍ପଷ୍ଟ କରିଥିଲେ ଯେ, ପଂଜାବରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ସାଧାରଣ ଲୋକଙ୍କ ଅନୁସାରେ ରାଜ୍ୟରେ ୨ଜଣ ଉପମୁଖ୍ୟମନ୍ତ୍ରୀ ରହିବା ଦରକାର ବୋଲି ସେ କହିଥିଲେ ।