ଛତ୍ରପୁର SDPO ଏବଂ IICଙ୍କୁ କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) : ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍ପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କର ଶୀଘ୍ର ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। ୨୦ ସଂକ୍ରମିତଙ୍କୁ ମିଶାଇ ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏପର୍ଯ୍ୟନ୍ତ ୫ ଜଣ ପ୍ରାଣ ହରାଇସାରିଲେଣି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।