ରାଉରକେଲାରେ ହେବ ବିଶ୍ୱର ସବୁଠାରୁ ବଡ଼ ହକି ଷ୍ଟାଡିୟମ

ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ଏ ନେଇ ଗୁରୁବାରମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ଷ୍ଟାଡିୟମରେ ବିଶ୍ୱକପ-୨୦୨୩ ଆୟୋଜିତ ହେବ ବୋଲି ମଧ୍ୟ କହିଛନ୍ତି।

ରାଉରକେଲା ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ୧୫ ଏକର ଜମିରେ ଏହି ଷ୍ଟାଡିୟମ ନିର୍ମାଣ କରାଯିବ। ଏହି ଷ୍ଟାଡିୟମରେ ୨୦ ହଜାର ଦର୍ଶକ ବସି ଖେଳ ଦେଖିପାରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ , ସୁନ୍ଦରଗଡ଼ ଜିଲ୍ଲା ହେଉଛି ହକି ପ୍ରତିଭାର ପାୱାର ହାଉସ୍‌। ଏହି ଜିଲ୍ଲାରୁ ବହୁ ହକି ପ୍ରତିଭା ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିଛନ୍ତି। ଏଣୁ ରାଉରକେଲାରେ ଅନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ ନିର୍ମାଣ କରାଯିବ।’

ନିକଟରେ ଅନ୍ତର୍ଜାତୀୟ ହକି ଫେଡେରେସନ, ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଉରକେଲାରେ ହକି ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ। ସୁନ୍ଦରଗଡ଼ ଜିଲ୍ଲାର ସବୁ ବ୍ଲକ୍‌ରେ ସିନ୍ଥେଟିକ ଟର୍ଫ ବିଶିଷ୍ଟ ହକି ଷ୍ଟାଡିୟମ ନିର୍ମାଣ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ କହିଛନ୍ତି।

Leave a Reply

Your email address will not be published. Required fields are marked *