ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍): ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋଭିଡ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହ ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ କରିଛନ୍ତି ।

ସୂଚନାଯୋଗ୍ୟ, ଶ୍ରୀ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଏପ୍ରିଲ୍ ୨୦ରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ଏପ୍ରିଲ୍ ୨୬ ରେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ବୁଧବାର ତାଙ୍କ ଅବସ୍ଥା ଖରାପ ହେବାରୁ ସେ ଗୁରୁତର ଥିବା ଜଣାଯାଇଛି ।

Leave a Reply

Your email address will not be published.