ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟ ଓ ସୌନ୍ଦର୍ଯ୍ୟକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର, (ଓଡିଶା ଟାଇମ୍) : : ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ । ଭୁବନେଶ୍ବର ଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଥିଲେ କି ମୁଁ ଶ୍ରୀଜଗନ୍ନାଥ ମନ୍ଦିର ବାହାରେ ହୋଇଥିବା କାର୍ଯ୍ୟ ତଦାରଖ କରିବାକୁ ଆଜି ପୁରୀ ଆସିଛି।
ଏହାପରେ ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାର ଗଣମାଧ୍ୟମକୁ ଶ୍ରୀମନ୍ଦିରର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ହୋଇଥିବା ପ୍ରକାଶ କରିଥିଲେ। ଏଥିସହ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ସବୁ କାର୍ଯ୍ୟ ସମାପିତ ହେବ। ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ୫-ଟି ସଚିବ ଭି.କେ. ପାଣ୍ଡିୟାନ୍, ପୁରୀ ଜିଲ୍ଲାପାଳ, ଏସପି ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଥିଲେ।