ଏ ବର୍ଷ ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର, (ଓଡିଶା ଟାଇମ୍) :ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ୮ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆସନ୍ତାକାଲି ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।