ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । କରୋନା ମହାମାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଶେଷ ଥର ପାଇଁ ଗତ ବର୍ଷ ଅକ୍ଟୋବର ମାସ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତରେ ଯାଇଥିଲେ । ପୁରୀର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶ୍ବ ହେରିଟେଜ୍ କରିଡର କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଥିଲେ ।

Leave a Reply

Your email address will not be published. Required fields are marked *