କୋଭିଡ୍-୧୯ ପରିସ୍ଥିତିରେ ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସ୍ପଷ୍ଟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍ ପରିସ୍ଥିତିରେ ପରୀକ୍ଷା ପାଇଁ ଜାତୀୟ ସ୍ତରରେ ଗାଇଡ୍ ଲାଇନ୍ ପ୍ରସ୍ତୁତ କରିବାକୁ ପ୍ରଧାନନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ନବୀନ ।
କରୋନା ମହାମାରୀ ଯୋଗୁଁ ମାର୍ଚ୍ଚ ୧୭ତାରିଖରୁ ଓଡିଶାରେ ସ୍କୁଲ ଓ କଲେଜ ବନ୍ଦ ରଖାଯାଇଥିଲା । ସୁରକ୍ଷାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରଖାଯାଇଛି। ଅନଲାଇନ୍ ରେ ପାଠ ପଢାଇବାକୁ ଉଦ୍ୟମ ହୋଇଥିଲେ ମଧ୍ୟ ସମସ୍ତ ଛାତ୍ରଛାତ୍ରୀଙ୍କୁ ପଢାଇ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ସମ୍ଭବ ନୁହେଁ ।
ତେଣୁ ୨୦୨୦-୨୦୨୧ ଦଶମ ଏବଂ ଦ୍ବାଦଶ ପରୀକ୍ଷା ନେଇ କେନ୍ଦ୍ର ସ୍ପଷ୍ଟ କରୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସରକାର କିଛି ସ୍ପଷ୍ଟ କରୁନଥିବାରୁ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ ଦ୍ବନ୍ଦ୍ବରେ ରହିଛନ୍ତି ।