ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୂର୍ବତନ କୋରାପୁଟ ଜିଲ୍ଲା କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ଦୁର୍ନୀତି ଖୋର ଅଧିକାରୀଙ୍କ ପ୍ରତି ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହିପ୍ରରି ପେକ୍ଷୀରେ ସଂପୃକ୍ତ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଥିଲା, ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ଜୁଲାଇ ୨ରେ ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିଥିଲା । ଯାହାପରେ  ଭିଜିଲାନ୍ସ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ସେହିପରି ସେଦିନ ଭୁବେନଶ୍ୱରରୁ ୧୧ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଗିରଫ ହୋଇଥିଲେ ପ୍ରଦୀପ । ଏହି ମାମଲାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ ପ୍ରଦୀପ ମହାନ୍ତି । ପ୍ରଦୀପଙ୍କର ମୋଟ ୩.୫ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିଲା । ସେବେଠାରୁ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave a Reply

Your email address will not be published.