ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୧୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

Leave a Reply

Your email address will not be published.