ରାଜ୍ୟରେ ସର୍ବାଧିକ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୫୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।