ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।