ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ, ଢ଼େଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୨ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।