ରାଜ୍ୟରେ ସର୍ବାଧିକ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।