ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭ଶହ ଟପିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ କଟକ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୪୩୩୦ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୭୭୪ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୫୫୬ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି ।