ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୮୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪, ପୁରୀରୁ ୩, କୋରାପୁଟରୁ ୩, ବାଲେଶ୍ୱର, ବଲାଙ୍ଗୀର, କଟକ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜରୁ ଜଣେ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୩୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୫୪୫୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ୧୫୬୫୪୩୨ ଜଣ ସୁସ୍ଥ ହୋଇଥିବାବେଳେ ୩୯୧୮୪ ଆକ୍ଟିଭ ମାମଲା ରହିଛି ।

Leave a Reply

Your email address will not be published. Required fields are marked *