ରାଜ୍ୟରେ ୧୬କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୭୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।