୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୧୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୧୫ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୧୪ ହଜାର ୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୯୧୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୪ ଲକ୍ଷ ୯୧ହଜାର ୫୯୮ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୩୪ ହଜାର ୦୮୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୭୬ ଲକ୍ଷ ୧୨ ହଜାର ୩୫୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୬୪୫୧୬୪।