ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪ କରୋନା ନମୁନା ପରୀକ୍ଷା କରାଯାଇଥିବା ଜଣାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୯୧୭ଟି ଆରଟିପିସିଆର ଏବଂ ୪୩,୫୩୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୯୪ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ପୂର୍ବ ଦିନ ୫୨, ୮୮୨ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ୮,୨୭୫ଟି ଆରଟିପିସିଆର ଏବଂ ୪୪,୫୧୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୯୩ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଏଯାବତ୍ ୩ ଲକ୍ଷରୁ ଅଧିକ କୋଭିଡ୍‌ ନମୁନା ପରୀକ୍ଷା ହୋଇଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *