୨୪ ଘଣ୍ଟାରେ ୨ ଲକ୍ଷ ୧୧ ହଜାରରୁ ଅଧିକ ସଂକ୍ରମିତ, ୩୮୪୭ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ତଳମୁହାଁ ହେଉଛି । ଗ୍ରାଫ୍ ଖସୁଛି ସତ ହେଲେ ମୃତ୍ୟୁରେ ଲାଗିପାରୁନି ବ୍ରେକ୍ । ଦୈନିକ ୩ ଲକ୍ଷ ଟ୍ରେଣ୍ଡ୍ ପରେ ଏବେ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ମୁହାଁ ହେଉଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୪୭ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୧ ହଜାର ୨୯୮ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୮୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୮୪୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୩ଲକ୍ଷ ୬୯ ହଜାର ୦୯୩ ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୧୫ ହଜାର ୨୩୫ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୬ ଲକ୍ଷ ୩୩ ହଜାର ୯୫୧ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୪,୧୯,୯୦୭ ।











